ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୭୩୯ କରୋନା ପଜିଟିଭ୍ ଚିହ୍ନଟ

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୭୨୪୯କୁ ବୃଦ୍ଧି ପାଇଛି….

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୭୨୪୯କୁ ବୃଦ୍ଧି ପାଇଛି ।