ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୯,୦୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି…..

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦିନେ ବୃଦ୍ଧି ହେଲେ ଦିନେ ହ୍ରାସ ହେଉଥିବା ଦେଖାଯାଉଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ବୁଧବାର ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ, ୨୪ ଘଣ୍ଟାରେ ଆଉ ୯ ହଜାର ୦୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୨,୮୬,୨୫୬କୁ ବୃଦ୍ଧି ପାଇଛି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୧୩୪ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୦୫୮ରେ ପହଞ୍ଚିଛି। ସକ୍ରିୟ ଆକ୍ରାନ୍ତ ହାର ୦.୨୪%।