ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୫୮୧୫ କରୋନା ଆକ୍ରାନ୍ତ ଚିହ୍ନଟ

ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍….

ନୂଆଦିଲ୍ଲୀ : ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୫ ହଜାର ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।