ଗତ ୨୪ ଘଣ୍ଟାରେ ମଧ୍ୟରେ ଦେଶରେ ଆଉ ୨୦,୧୩୯ କରୋନା ସଂକ୍ରମିତ ଚିହ୍ନଟ

ଆଉ ୧,୩୬,୦୭୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି….

ନୂଆଦିଲ୍ଲୀ : ପୁଣି ଦେଶରେ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ। ଦୀର୍ଘ ୧୪୫ ଦିନ ପରେ ପୁଣି ସଂକ୍ରମଣ ୨୦ ହଜାର ଅତିକ୍ରମ କରିଛି। ୨୪ ଘଣ୍ଟାରେ ଆଉ ୨୦ ହଜାର ୧୩୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୬,୮୯,୯୮୯କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୫୫୭ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ସେହିପରି ଦିନକରେ ଆଉ ୧୬,୪୮୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୦,୨୮,୩୫୬ ଆରୋଗ୍ୟ ଲାଭ କରିଛନ୍ତି। ଆରୋଗ୍ୟ ହାର ୯୮.୪୯%। ଆଉ ୧,୩୬,୦୭୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।