ନୂଆଦିଲ୍ଲୀ: ଦେଶରେ ଆଜି ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତକାଲି ତୁଳନାରେ ଆଜି ୪ଶହରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୧୨୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରୁ ଗତ ୨୪ ଘଣ୍ଟାରେ ୧ହଜାର ୯୭୭ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୯୭୧ ରହିଛି । ସେହିପରି ଗତ ୨୪ ଘଣ୍ଟାରରେ କରୋନା ଯୋଗୁ ୧୭ ଜଣଙ୍କ ମୃତ୍ୟୁ ହୋଇଛି ।