ଗତ ୨୪ ଘଣ୍ଟାରେ ଦେଶରେ ଆଉ ୮ହଜାର ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି…

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବା ବେଳେ ୮ହଜାର ଉପରେ ଦୈନିକ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୮ହଜାର ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୪ହଜାର ୨୧୬ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧୦ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୪୦ ହଜାର ଉପରେ ରହିଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ।