ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୯୪୫ କରୋନା ସଂକ୍ରମିତ ଚିହ୍ନଟ

ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୧୦ ଆକ୍ରାନ୍ତ ଥିବା ଜଣାପଡିଛି….

ଭୁବନେଶ୍ୱର : ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମଣ ସାମାନ୍ୟ ବଢ଼ିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୯୨ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୧୦ ଆକ୍ରାନ୍ତ ଥିବା ଜଣାପଡିଛି ।