ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୧୬ କରୋନା ପଜିଟିଭ୍ ଚିହ୍ନଟ

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୮ ଜଣ ସଂକ୍ରମିତ ରହିଛନ୍ତି….

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୯୯୨୮କୁ ବୃଦ୍ଧି ପାଇଛି ।