ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨, ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଆଜି ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ…

ଦେଶରେ ଆଜି ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପାଇଛି । ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ୩ହଜାର ଉପରେ ରହିଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ୩ଶହ ମଧ୍ୟରେ ସୀମିତ ରହିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨, ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ୩,୦୪୪ ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୧୦ଜଣଙ୍କ ମୃତ୍ୟୁ ହୋଇଛି । ଆଜିରେ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୬୩୭ରେ ପହଞ୍ଚିଛି । ଅନ୍ୟପଟେ ଆଜି ସଂକ୍ରମଣ ହ୍ରାସ ପାଇଥିବାରୁ ଦୈନିକ ପଜିଟିଭିଟି ହାର ମଧ୍ୟ ହ୍ରାସ ପାଇଛି । ବର୍ତ୍ତମାନ ଦୈନିକ ପଜିଟିଭିଟି ହାର ୦.୪୭% ଥିବା ସୂଚନା ରହିଛି ।