ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୧ କରୋନା ସଂକ୍ରମିତ ଚିହ୍ନଟ

ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୪୪ ଆକ୍ରାନ୍ତ ଥିବା ଜଣାପଡିଛି…

ଭୁବନେଶ୍ୱର : ରାଜ୍ୟରେ କରୋନା ଭାଇରସ୍ ପୁଣି ଥରେ ବଢ଼ିବାରେ ଲାଗିଛି । ରାଜ୍ୟରେ ଆଜି କରୋନା ସଂକ୍ରମଣ ୪ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୨୩୬ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୧୬୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୪୪ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୬୪, ଷ୍ଟେଟପୁଲରୁ ୪୬, ସୁନ୍ଦରଗଡ଼ରୁ ୧୯, ବାଲେଶ୍ୱରରୁ ୧୭, ପୁରୀରୁ ୧, ବୟୂରଭଞ୍ଜ ଓ ଗଜପତିରୁ ୬ ଜଣ ଲେଖାଏଁ, ଜଗତସିଂହପୁର ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।