୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ସଙ୍ଗରୋଧରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର କେହି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ରାଜ୍ୟର ୪ଜିଲ୍ଲା ଓ ଷ୍ଟେଟପୁଲରୁ ଆଜିର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି