ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ ,୧୦୩ କରୋନା ସଂକ୍ରମିତ ଚିହ୍ନଟ

ଗୋଟିଏ ଦିନରେ ଦେଶରେ ଆଉ ୩୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି…

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ଆଉ ୧୬ହଜାର ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ପ୍ରତ୍ୟେକ ଦିନ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ଟପୁଥିବା ବେଳେ ଆଜି ସଂକ୍ରମଣରେ ସମାନ୍ୟ ହ୍ରାସ ଘଟିଛି । ହେଲେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଗୋଟିଏ ଦିନରେ ଦେଶରେ ଆଉ ୩୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୧୧ହଜାର ୭୧୧ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।