ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ ,୧୩୫ କରୋନା ସଂକ୍ରମିତ ଚିହ୍ନଟ

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି….

ନୂଆଦିଲ୍ଲୀ: ଆଜି ଦେଶରେ ଆଉ ୧୬ହଜାର ୧୩୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୧୩ହଜାର ୮୬୪ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ସେହିପରି ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍‌ ଲାଗୁନାହିଁ ।

ଗୋଟିଏ ଦିନରେ ଦେଶରେ ଆଉ ୨୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୪.୮୫% ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୨୨୩ଜଣଙ୍କ ମୃତ୍ୟୁ ହୋଇଛି ।