ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୮,୨୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍‌ ଲାଗୁନାହିଁ….

ନୂଆଦିଲ୍ଲୀ: ଦେଶରେ ଖସୁନି କରୋନା ଗ୍ରାଫ୍‌ । ପ୍ରତ୍ୟେକ ଦିନ ଦେଶରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଆଜି ଦେଶରେ ଆଉ ୧୮ହଜାର ୨୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୨୮ହଜାର ୬୯୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ସେହିପରି ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍‌ ଲାଗୁନାହିଁ । ଗୋଟିଏ ଦିନରେ ଦେଶରେ ଆଉ ୪୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କରୋନାରୁ ଆଉ ୧୪ହଜାର ୫୫୩ଜଣ ସୁସ୍ଥ ହୋଇଛନ୍ତି ।