ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬,୯୦୬ କରୋନା ପଜିଟିଭ୍‌ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି….

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୬,୯୦୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୪୫ ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୧ଲକ୍ଷ ୩୨ହଜାର ଟପିଲାଣି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ।