ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬,୯୩୫ କରୋନା ପଜିଟିଭ୍‌ ଚିହ୍ନଟ

ଗୋଟିଏ ଦିନରେ ଦେଶରେ ୫୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି….

ନୂଆଦିଲ୍ଲୀ: ଦେଶରେ ଆଉ ୧୬ ହଜାର ୯୩୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା​ ଦିଆଯାଇଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୧୬ହଜାର ୬୯ଜଣ ସୁସ୍ଥ ହୋଇଥିବା କୁହାଯାଇଛି । ଦେଶରେ କରୋନା ସଂକ୍ରମଣ ତୁଳାନାରେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଗୋଟିଏ ଦିନରେ ଦେଶରେ ୫୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଦେଢ଼ ଳକ୍ଷ ନିକଟତର ହୋଇଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧,୪୪,୨୬୪ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।