ରାଜ୍ୟରେ ୨୪ ଘଣ୍ଟାରେ ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୦ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୧ଜଣ ରହିଛନ୍ତି….
ଭୁବନେଶ୍ବର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଆଜି ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ମାମଲା ୫୦ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୦ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୧ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୬ଜଣ ସଂକ୍ରମିତ ଥିବା କୁହାଯାଇଛି ।