ଦେଶରେ କ୍ରମାଗତ ଭାବେ ବୃଦ୍ଧି ପାଉଛି ସଂକ୍ରମଣ

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ମାନଙ୍କରେ କରୋନା..

ନୂଆଦିଲ୍ଲୀ : ଦେଶରେ କରୋନାର ନୁଆ ମାମଲା ଅଳ୍ପ ବଢିବାର ଲକ୍ଷ୍ୟ କରାଯାଉଛି । ଦେଶରେ ସମୁଦାୟ ୨୦ ହଜାର ୧୩୯ ଜଣ ନୂଆ ରୋଗୀ ସାମନାକୁ ଆସିଥିବା ବେଳେ ଏହି ସମୟ ମଧ୍ୟରେ କରୋନାରୁ ଆରୋଗ୍ୟ ହୋଇ ଫେରିଥିବା ଲୋକଙ୍କ ସଂଖ୍ୟା ୧୬.୪୮୨ ଜଣ ରେକର୍ଡକୁ ଆସିଛି । ଏହା ସହିତ କରୋନାରେ ସଂକ୍ରମିତ ହୋଇ ୩୮ ଜଣଙ୍କର ମୃତ୍ୟ ହୋଇଛି ।

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ ଗୁରବାର ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୦ ଲକ୍ଷ ୨୮ ହଜାର ୩୫୬ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । କରୋନାର ରିକଭରି ରେଟ ୯୮.୪୯ ପ୍ରତିଶତ ଅଛି । ଦେଶରେ ଆକ୍ଟିଭ ରୋଗୀଙ୍କ ସଂଖ୍ୟା ଆଜିସୁଦ୍ଧା ସମୁଦାୟ ୧ ଲକ୍ଷ ୩୬ ହଜାର ୭୬ ରେ ପହଂଚିଛି । ପ୍ରତିଦିନ ସଂକ୍ରମଣ ଦର ୫.୧୦ ପ୍ରତିଶତ ଅଛି ।

ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ୧୩ ଲକ୍ଷ ୪୪ ହଜାର ଟିକା ଦିଆଯାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୯୩.୫୩ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି ।