ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩,୨୧୬ କରୋନା ପଜିଟିଭ ଚିହ୍ନଟ
ଫଳରେ ଏପର୍ଯ୍ୟନ୍ତ ୪,୨୬,୯୦,୮୪୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି…
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦିନକରେ ଆଉ ୧୩,୨୧୬ ନୂଆ କରେନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୨,୮୩,୭୯୩ରେ ପହଞ୍ଚିଛି । ସେହିପରି ଆଉ ୨୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ପରେ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୫, ୨୪, ୮୪୦କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮, ୧୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଏପର୍ଯ୍ୟନ୍ତ ୪,୨୬,୯୦,୮୪୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।