ରାଜ୍ୟରେ ଆଉ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ପୁଣି ଆଜି ରାଜ୍ୟରେ ଦୈନିକ ସଂକ୍ରମିତ…

ଭୁବନେଶ୍ବର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ପୁଣି ଆଜି ରାଜ୍ୟରେ ଦୈନିକ ସଂକ୍ରମିତ ସଂଖ୍ୟା ୫୦ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ । ଆଜିର ୫୩ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୦ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୫ଜଣ ଆକ୍ରାନ୍ତ ଥିବା ସୂଚନା ଦିଆଯାଇଛି । ଆଜିର କରୋନା ମାମଲା ରାଜ୍ୟର ୮ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୨୨ ଜିଲ୍ଲା କରୋନା ମୁକ୍ତ ରହିଛି ।

ଖୋର୍ଦ୍ଧାରୁ ସର୍ବାଧିକ  ୩୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୭ଜଣ ଓ କଟକରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ପୁରୀରୁ ୩, ସମ୍ବଲପୁରରୁ ୨, ଜଗତସିଂହପୁରୁ ୨, ବାଲେଶ୍ୱର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୨୮ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି ।