ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ଦୈନିକ ସଂକ୍ରମଣ ୧୨ ତଳକୁ ରହୁଥିବାବେ‌େଳ ଏପର୍ଯ୍ୟନ୍ତ ୫୩ ସକ୍ରିୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ ଜଣେ ମାତ୍ର ଚିକିତ୍ସାଳୟରେ ଚିକିତ୍ସାଧୀନ ରହିଛନ୍ତି। ତେବେ କରୋନାକୁ ନେଇ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦେଶକ ଡା. ନିରଞ୍ଜନ ମିଶ୍ର।