ରାଜ୍ୟରୁ ଦିନକରେ ଆଉ ୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଆଜି ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇନାହାନ୍ତି…

ଭୁବନେଶ୍ୱର : ରାଜ୍ୟରୁ ଆଜି ୩ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇନାହାନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୯୦ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୧୨୭ ଜଣ ରହିଥିବା ବେଳେ ୮୪ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ବାଲେଶ୍ୱର, କଟକ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି