ରାଜ୍ୟରୁ ଆଜି ୧୦ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ଆଜି ୧୦ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ….

ଭୁବନେଶ୍ୱର: ଆଜି ୧୦ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୮୫ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୮୧୪ ରହିଥିବା ବେଳେ ୯୨ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧାରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।