ଆଜି ରାଜ୍ୟରେ ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ଆଜି ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଜଣ…..

ଭୁବନେଶ୍ୱର : ଆଜି ରାଜ୍ୟରେ ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୩୯ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୪୦ ଜଣ ରହିଥିବା ବେଳେ ୧୨୦ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୨ ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି ବଲାଙ୍ଗୀର, କଟକ, ନୂଆପଡା ଏବଂ ଷ୍ଟେଟପୁଲରୁ ଗୋଟିଏ ଲେଖାଏଁ ପଜିଟିଭ କେସ ରହିଛି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।