ଭୁବନେଶ୍ୱର: ଆଜି ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୩ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୪୬ରେ ପହଞ୍ଚିଛି ।
ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୭୮୯ ରହିଥିବା ବେଳେ ୮୦ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସମ୍ବଲପୁରରୁ ସର୍ବାଧିକ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।