ଆଜି ୧୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ….

 ଭୁବନେଶ୍ୱର : ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି ।  ଆଜି ୧୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୧୧୭ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୮୩୯ ରହିଥିବା ବେଳେ ୯୯ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଗଜପତିରୁ ସର୍ବାଧିକ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।