ଆଜି ଦେଶରେ ୧୪,୯୧୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଚିହ୍ନଟ

ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ….

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୧୫ ହଜାର ପାଖାପାଖି ହୋଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୭.୫୨% ଏବଂ ସାପ୍ତାହିକ ପଜିଟିଭିଟି ହାର ୪.୬୫% ଥିବା ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୯୧୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୨ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୪,୯୧୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୬୮,୩୮୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୦୬୯ରେ ପହଞ୍ଚିଛ।