ଆଜି ୧୮ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ…

ଭୁବନେଶ୍ୱର: ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ୧୮ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧୩ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୨୯୦ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୯୮୦ ରହିଥିବା ବେଳେ ୧୩୧ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।