ଆଜି ରାଜ୍ୟରୁ ଆଉ ୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଧୀରେଧୀରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରୁ

ଭୁବନେଶ୍ୱର: ରାଜ୍ୟରେ ଧୀରେଧୀରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରୁ ଆଉ ୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର କରୋନା ମାମଲା ରାଜ୍ୟର ୭ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୨୩ ଜିଲ୍ଲା କରୋନା ମୁକ୍ତ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭ ଓ ସ୍ଥାନୀୟ ସଂକ୍ରମିତ ୧୯ଜଣ ରହିଛନ୍ତି । ଚିହ୍ନଟ ୨୪ ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ଜଣେ ଆକ୍ରାନ୍ତ ଥିବା କୁହାଯାଇଛି ।
ଖୋର୍ଦ୍ଧାରୁ ସର୍ବାଧିକ ୩୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଷ୍ଟେଟପୁଲରୁ ୭ଜଣ, ବାଲେଶ୍ୱରରୁ ୪ଜଣ, ଝାରସୁଗୁଡ଼ା, ନୂଆପଡ଼ା, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୧୮ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ହ୍ରାସ ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ସଂଖ୍ୟ ୨ଶହ ଟପି ୨୬୭ରେ ପହଞ୍ଚିଛି ।