ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୭୫୩ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୭୫୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୭୫୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୦୮,୦୨୨ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୨୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୦୯୧କୁ ବୃଦ୍ଧି ପାଇଛି।