ଆଜି ରାଜ୍ୟରେ ୧୦ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୪୯ରେ…

ଆଜି ୧୦ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୪୯ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୫୨ ଜଣ ରହିଥିବା ବେଳେ ୧୧୮ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।