ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୪,୪୧୭ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି……

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ପ୍ରତ୍ୟେକ ଦିନ କରୋନା ପଜିଟିଭ୍‌ ମାମଲା ଦେଶରେ କମ୍‌ ଆସୁଥିବା ଦେଖିବାକୁ ମିଳୁଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪ହଜାର ୪୧୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ଆଉ ୬,୦୩୨ ଜଣ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି ।