ହାଇଦରର ବଡ଼ ପୁଅ ସେକ କାଦିରଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦ୍ରାପଡ଼ା: ଗ୍ୟାଙ୍ଗଷ୍ଟାର ହାଇଦରର ବଡ଼ ପୁଅ ସେକ କାଦିରଙ୍କୁ ଆଜୀବନ କାରାଦଣ୍ଡଦେଶ ମିଳିଛି । କେନ୍ଦ୍ରାପଡା ଜିଲ୍ଲା ଦୌରା ଜଜ୍ ଏକ ଶୁଣାଣି କରି ଏହି ଦଣ୍ଡ ଶୁଣାଇଛନ୍ତି।
ସୂଚନାଯୋଗ୍ୟ,୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳର ସାର ବ୍ୟବସାୟୀ ସାହା ନବାଜ ଖାନ ହତ୍ୟାମାମଲାରେ କାଦିର ଦୋଷୀ ସାବ୍ୟସ୍ତ ହୋଇଛି । ବ୍ୟବସାୟୀ ସାହା ନବାଜଙ୍କୁ ଦାଦାବଟି ମାଗି ବିଫଳ ହେଲା ପରେ ସେକ କାଦିର ତାଙ୍କ ଦୋକାନରେ ପଶି ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। କାଦିର ନାଁରେ ବିଭିନ୍ନ ଥାନାରେ ପ୍ରାୟ ୩୦ରୁ ଅଧିକ ମାମଲା ରହିଛି। ତେବେ ଏହି ମାମଲାରେ ଅନ୍ୟ ୮ ଜଣ ଅଭିଯୁକ୍ତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଏନେଇ ସରକାରୀ ଆଇନଜୀବୀ ମାନସ ରଂଜନ ବେହେରା ସୂଚନା ଦେଇଛନ୍ତି।