୨ନକଲି ଇଡି ଅଫିସର ଗିରଫ କଲେ,କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ

କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ କଲା ଗିରଫ । ୨ ଅଭିଯୁକ୍ତ ହେଲେ ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର ।ଏବଂ ଅଭିଯୋଗ ମୁତାବକ, ଉଭୟ ଦୁଇ ଭାଇ । ଏମାନେ ନିଜକୁ ଇଡି ଅଫିସର କହି ୩ ଶହ ସରକାରୀ ଅଧିକାରୀଙ୍କ ଠାରୁ ଠକେଇ କରିଛନ୍ତି ।

ଛତ୍ରପୁର ଉପଜିଲ୍ଲାପାଳ ଦେବଦତ୍ତ ମହନ୍ତଙ୍କ ଅଭିଯୋଗକ୍ରମେ ତଦନ୍ତ କରିଥିଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ ।ତାରିଣୀସେନ ଜଣେ ବିକମ ଗ୍ରାଜୁଏଟ ଓ ବ୍ରହ୍ମଶଙ୍କର ବିସିଏ ପାସ କରିଛନ୍ତି । ରୟାଲ ଲାଇଫ ବଞ୍ଚିବା ପାଇଁ ସେମାନେ ଏଭଳି ଠକେଇ କରିଥିଲେ ।ଲୋକଙ୍କୁ ଭୂଆଁ ବୁଲାଇବା ପାଇଁ NGO ମଧ୍ୟ ଚଲେଇଥିଲେ । ଇଡି ରେଡ୍ ସମ୍ପର୍କିତ ସୂଚନା ପାଇବା ପରେ ସେ ନିଜକୁ ଇଡି ଅଫିସର କହିଲେ।

କୌଣସି ମାମଲାର ବୁଝାମଣା ପାଇଁ ଟଙ୍କା ଦେବାକୁ ଧମକ ବି କରିଥିଲେ। ତାଙ୍କ ଫୋନ ପେ ଯୋଗେ ୧୬ ଲକ୍ଷରୁ ଅଧିକ ଟଙ୍କା ଟ୍ରାଞ୍ଜାକସନ ହୋଇଥିବା ଜାଣିବାକୁ ପାଇଛି ପୋଲିସ । ଟଙ୍କା ନେବା ପରେ ମିଛ କ୍ଲିଅରାନ୍ସ ରିପୋର୍ଟ ମଧ୍ୟ ଦେଉଥିଲେ । ସେମାନଙ୍କ ଠାରୁ ଡେସ୍କଟପ, ମୋବାଇଲ, ବ୍ୟାଙ୍କ ପାସବୁକ, ମିଛ ପରିଚୟ ପତ୍ର, ୧୭ଟି ଏଟିଏମ କାର୍ଡ ଜବତ କରାଯାଇଥିଲା ।