ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା
‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନ କରମୁକ୍ତ..
ଭୁବନେଶ୍ୱର,(ସାକ୍ସୀ ନ୍ୟୁଜ୍): ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ।
ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ପାଇଁ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏହି ଚଳଚ୍ଚିତ୍ରର ବିଷୟ ବସ୍ତୁ। pic.twitter.com/ZqXuM9x1XH
— CMO Odisha (@CMO_Odisha) November 18, 2022
ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବ କୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । Covid ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି ।