ରାଜୁ ଶ୍ରୀବାସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ମୋଦୀ

ସୂଚନା ଅନୁଯାୟୀ ହାସ୍ୟ ଅଭିନେତା ରାଜୁଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ଗମ୍ଭୀର ରହିଛି….

ମୁମ୍ବାଇ : ବଲିଉଡ କମେଡିଆନ୍‌ ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜୁଙ୍କ ପତ୍ନୀ ଶିଖା ଶ୍ରୀବାସ୍ତବଙ୍କୁ ଫୋନ୍‌ କରି ରାଜୁଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ଏହା ସହ ଚିକିତ୍ସା ପାଇଁ ଯଥା ସମ୍ଭବ ସାହାଯ୍ୟ ଯୋଗାଇ ଦେବାକୁ କହିଛନ୍ତି । ସୂଚନା ଅନୁଯାୟୀ ହାସ୍ୟ ଅଭିନେତା ରାଜୁଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ଗମ୍ଭୀର ରହିଛି । ଚେତା ନଫେରିବାରୁ ସେ ଏବେ ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ଅଛନ୍ତି ।