ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୪ ଜଣ ଅଛନ୍ତି। ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ୯୫ ଜଣ ୧୮ ବର୍ଷରୁ କମ୍ ବର୍ଗର। ୬୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୨ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୬୧ଟି ହେଉଛି ଲୋକାଲ୍ କେସ୍।
ଅନୁଗୋଳ ଜିଲ୍ଲାରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ବରଗଡ଼ରୁ ୩, ଭଦ୍ରକରୁ ୧୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୭, ଗଜପତରୁ ଜଣେ, ଗଞ୍ଜାମ ୧୨, ଜଗତସିଂହପୁରରୁ ୨୯, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୬, କେନ୍ଦ୍ରାପଡ଼ାରୁ୧୦, କେନ୍ଦୁଝରରୁ ୩, କୋରାପୁଟରୁ ୪, ମୟୂରଭଞ୍ଜ ୧୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪, ପୁରୀ ୭, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୫, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୬ ଜଣ ଅଛନ୍ତି। ସେହିଭଳି ଷ୍ଟେଟ୍ ପୁଲ୍ରୁ ୬୩ଜଣ ଚିହ୍ନଟ ହୋଇଛନ୍ତି।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୬ ହଜାର ୩୨୦ ରହିଥିବା ବେଳେ ୫ ହଜାର ୭୩୬ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।