ଦେଶରେ ୧୫,୩୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ୭୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ(ଏସ୍ ନ୍ୟୁଜ): ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୭୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୯୩୦କୁ ବୃଦ୍ଧି ପାଇଛି । ଦିନକରେ ୧୫ ହଜାର ୩୮୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଦେଶରେ ଗତକିଛି ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଥିବା ବେଳେ ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଉଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୨,୪୪,୭୮୬କୁ ବୃଦ୍ଧି ପାଇଛି। ଦିନକରେ ୧୬,୫୯୬ ଆକ୍ରାନ୍ତଙ୍କ ସୁସ୍ଥ ହୋଇଥିବା ବେଳେ ୧,୦୮,୯୯,୩୯୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୮୭,୪୬୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।