ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୫ ଜଣ ପଜିଟିଭ ଚିହ୍ନଟଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୨୪୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୩୨୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୧୮୩ ରହିଥିବା ବେଳେ ୫ ହଜାର ୯୦୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।