ଦେଶରେ କରୋନାରେ ୬୯୦ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ୫୪ ହଜାର ୩୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯୦ ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୭ ହଜାର ୩୦୬କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୭ ଲକ୍ଷ ୬୧ ହଜାର ୩୧୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୯୫ ହଜାର ୫୦୯ଜଣ ଚିକିତ୍ସିତ ହେଉଥିବା ବେଳେ ୬୯ ଲକ୍ଷ ୪୮ ହଜାର ୪୯୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।