ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜ୍ୟରେ କରୋନା ସଂକ୍ରମଣ ପୂର୍ବ ଅପେକ୍ଷା ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ଏହାରି ମଧ୍ୟରେ ଆଜି ପୁଣି ଗତ ୨୪ ଘଣ୍ଟା ମଧ୍ୟରେ ୭୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୪୩ ଓ ସ୍ଥାନୀୟ ଅଞ୍ଚଳରୁ ୩୧୯ ଜଣ ଚିହ୍ନଟ ହେବା ସହ ୧୦୨ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୩୫୬୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯୯୮୫୯୧ ରହିଥିବା ବେଳେ ୬ ହଜାର ୮୫୩ ଜଣ ଚିକିତ୍ସିତ ହେଉଛନ୍ତି ।