ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭୪୫ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ କମୁଛି। ହେଲେ ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର। ଗତ ୨୪ ଘଣ୍ଟା ମଧ୍ୟରେ ୭୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୫ ଜଣ କ୍ୱାରେଣ୍ଟାଇନରୁ ଥିବାବେଳେ ୩୧୦ ଜଣ ଲୋକାଲରୁ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୯ ଜଣ ପଜିଟିଭ ରହିଛନ୍ତି।
ତେବେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭ ହଜାର ୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୯ ହଜାର ୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।