ଦେଶରେ ୨୪ ଘଣ୍ଟା ମଧ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦,୦୪୦ ମୃତ୍ୟୁ ସଂଖ୍ୟା୧୨୫୮

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ ଜନିତ ସଂକ୍ରମଣ ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୨ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଆଜି ରବିବାର ସକାଳ ୮ଟା ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ ୫୦,୦୪୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୨୫୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୨,୩୩,୧୮୩ ଓ ମୃତ୍ୟୁସଂଖ୍ୟା ୩,୯୫,୭୫୧ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୮୬,୪୦୩।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୭,୯୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୨,୫୧,୦୨୯ରେ ପହଞ୍ଚିଛି।
ସୂଚନା ଅନୁଯାଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୨,୧୭,୬୦,୦୭୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।