ଶନିବାର ରାଶିଫଳ: ଆଜି ଦିନଟି ଅତ୍ୟନ୍ତ ଶୁଭ ଜଣାନ୍ତୁ ସୃଷ୍ଟି ଆରମ୍ଭର ଦିନ

ମେଷ: ସମ୍ମାନିତ ହେବେ, ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ । ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ଅସୁସ୍ଥ ଅନୁଭବ କରିବେ । ପାଠପଢା ପ୍ରତି ସଜାଗ ରହିବେ ।

ବୃଷ: କଥା କହି ପରିସ୍ଥିତିକୁ ସମ୍ଭାଳି ସମର୍ଥ ହେବେ । ସାମୟିକ ଭାବେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି କାମ କରିପାରନ୍ତି ।

ମିଥୁନ: ବନ୍ଧୁମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି ।

କର୍କଟ: ସଦିଚ୍ଛା ଭାବ ରହିବ । ଭାବପ୍ରବଣ ହେବେ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁ କିଛି ଠିକ୍ ହୋଇଯିବ । ସନ୍ଦେହ କରି ନିଜ ଲୋକମାନଙ୍କ ଭୁଲ୍କୁ ଦେଖିପାରିବେ ନାହିଁ ।

ସିଂହ: ନୂଆ ବ୍ୟବସାୟ ଲାଭ ହେବ । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ ।

କନ୍ୟା: ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ । ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।

ତୁଳା: ଜୁଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ ।

ବିଛା: ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ । ପ୍ରତିଟି ସମୟରେ ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ । ଭାବୁଥିବା କାମଟିକୁ ଶେଷ କରିପାରିବେନି ।

ଧନୁ: ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ । ଆଜିର ନୁତନ କର୍ମାରମ୍ଭ ପ୍ରୀତିପଦ ହେବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ ।

ମକର: ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ହଠାତ୍ କୌଣସି ଖବର ପାଇ ଖୁସି ହେବେ । ରଚନାତ୍ମକ କାର୍ଯ୍ୟ କିମ୍ବା ଅଧ୍ୟୟନରେ ଏକାଗ୍ରତା ଆଣିପାରିବେ ।

କୁମ୍ଭ: ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ନେତୃସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ । ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଚିନ୍ତା କରୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ ।

ମୀନ: ସୃଷ୍ଟି ଆରମ୍ଭ ଶୁଭଦିନଟି ଆଜି କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଖଳ ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।