ବଢୁଛି ଜିକା ଭାଇରସ୍‌

କାନପୁର: ବଢୁଛି ଜିକା ଭାଇରସ ସଂକ୍ରମଣ ମାମଲା । ଉତ୍ତରପ୍ରଦେଶର କାନପୁରରେ ଆଉ ୧୦ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ସଂକ୍ରମିତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି । ଏହି ମାମଲା ବଢୁଥିବାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକି ସମୀକ୍ଷା କରିଥିଲେ । ଏହାପୂର୍ବରୁ ଯୋଗୀ ସ୍ୱାସ୍ଥ୍ୟ ବିଭାଗକୁ ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ସାନିଟାଇଜେସନ କାର୍ଯ୍ୟକ୍ରମ କରାଯାଉଛି । ସେହିପରି ଜ୍ୱର ଥିବା ଲୋକଙ୍କୁ ଚିହ୍ନଟ କରି ପରୀକ୍ଷା କରାଯିବା ସହ ଗର୍ଭବତୀଙ୍କ ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ସବୁ ପ୍ରକାରର ବ୍ୟବସ୍ଥା କରାଯାଇଛି ।