ରାଜ୍ୟରେ ୬୪୯ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ରୁ ସର୍ବାଧିକ ୨୩୫ ଜଣ ଓ କଟକରୁ ୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଯାଇଛି ।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯ ଜଣ, ବାଲେଶ୍ୱରରୁ ୩୭ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୧ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୩୭ ଜଣ, ଯାଜପୁରରୁ ୩୦ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ୨ ଜଣ, କେନ୍ଦ୍ରାପଡ଼ାରୁ ୨୪ ଜଣ, କେନ୍ଦୁଝରରୁ ୯ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୩୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୧୭ ଜଣ, ରାୟଗଡ଼ାରୁ୩ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟ ପୁଲରୁ ୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।