ଆଜି ୧୯୭୭ ଆକ୍ରାନ୍ତ ଚିହ୍ନଟ, ୧୦ ମୃତ

ଭୁବନେଶ୍ୱର,(ଏସ୍‌. ନ୍ୟୁଜ): ରାଜ୍ୟରେ ଦିନକୁ ଦିନ କରୋନାସ୍ଥିତି ଜଟିଳ ହେବାରେ ଲାଗିଛି । ଆକ୍ରାନ୍ତଙ୍କ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୩୨୪କୁ ବୃଦ୍ଧି ପାଇଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏଥିସହିତ ଆଜି ସର୍ବାଧିକ ୧୯୭୭ ଜଣଙ୍କ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୨୪କୁ ବୃଦ୍ଧି ପାଇଛି । ଏହି ୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଛି ।
ସେହିପରି ୨୪ ଘଣ୍ଟା ମଧ୍ୟରେ ୧୯୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୪୧ଜଣ ସଂଗରୋଧରେ ରହିଥିବା ବେଳେ ୭୩୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ କରୋନାର ହଟସ୍ପଟ କୁହାଯାଉଥିବା ଗଞ୍ଜାମକୁ ପଛରେ ପକାଇ ଖୋର୍ଦ୍ଧା ଏବେ ଆକ୍ରାନ୍ତଙ୍କ ସଂଖ୍ୟାରେ ଆଗରେ ରହିଛି । ଆଜି ଖୋର୍ଦ୍ଧାରେ ସର୍ବାଧିକ ୩୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ ଜଣ, ବରଗଡ ଜିଲ୍ଲାରୁ ୨୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୧୦୧ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ ଜଣ, ଗଜପତି ଜିଲ୍ଲାରୁ ୯୩ ଜଣ, ଗଞ୍ଜାମ ଜିଲ୍ଲାରୁ ୨୮୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୪ ଜଣ, ଯାଜପୁର ଜିଲ୍ଲାରୁ ୬୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୮ ଜଣ, କନ୍ଧମାଳ ଜିଲ୍ଲାରୁ ୬୦ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୨ ଜଣ, କୋରାପୁଟ ଜିଲ୍ଲାରୁ ୯୦ ଜଣ, ମାଲକାନଗିରି ଜିଲ୍ଲାରୁ ୫୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ଜଣ, ନୟାଗଡ ଜିଲ୍ଲାରୁ ୭୫ ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ ଜଣ, ପୁରୀ ଜିଲ୍ଲାରୁ ୮୩ ଜଣ, ରାୟଗଡ଼ା ଜିଲ୍ଲାରୁ ୭୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୯ଜଣ, ସୋନପୁର ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪,୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୩୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୭୯୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୮୦୭୮୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।