ପୋଲସରାରେ ୮୦ତମ ସ୍ୱାଧୀନତା ଦିବସ ପାଳନ

ସ୍ୱାଧୀନତା ଦିବସ ଉତ୍ସାହ ଓ ଆନନ୍ଦର ସହ ପାଳନ…

ଗଞ୍ଜାମ(ସାକ୍‌ସୀ ନ୍ୟୁଜ୍‌): ପୋଲସରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଆନନ୍ଦର ସହ ପାଳନ କରାଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ ସହ ଦେଶଭକ୍ତିମୂଳକ କାର୍ଯ୍ୟକ୍ରମ ଓ ବିଭିନ୍ନ ସାଂସ୍କୃତିକ ପରିବେଷଣ ଅନୁଷ୍ଠିତ ହୋଇଥିଲା ।

ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ଏହି ଉତ୍ସବରେ ଯୋଗଦେଇ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରିଥିଲେ  ।