ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଆପଣାନ୍ତୁ ଏହି ଟିପ୍ସ

କଦଳୀର ବହୁ ଔଷଧୀୟ ଗୁଣ ରହିଛି । ଏହାକୁ କେବଳ ସ୍ୱାସ୍ଥ୍ୟପଦ ନୁହେଁ। ଏହା ସୌନ୍ଦର୍ଯ୍ୟ ବଦ୍ଧର୍କ ମଧ୍ୟ। କଦଳୀକୁ ଆମେ ଫେସ୍ ମାସ୍କ ଭାବେ ବ୍ୟବହାର କରିପାରିବା। ଏକ ଚାମଚ ମହୁରେ ପାଚିଲା କଦଳୀକୁ ଭଲ ଭାବେ ମିଶାଇ ତ୍ୱଚାରେ ଲଗାଇ ଅଧ ଘଣ୍ଟା ପରେ ତାକୁ ଧୋଇଦିଅନ୍ତୁ। ଏହା ଦ୍ୱାରା ତ୍ୱଚାର ଔଜ୍ଜ୍ୱଲ୍ୟ ବଢ଼ାଇଥାଏ।

ଏହା ପାଚିଲା କଦଳୀରେ ଥିବା ଭିଟାମିନ୍ ‘ସି’ ମୁହଁର କଳାଦାଗ ସହ ବ୍ରଣ ବାହରିବା ଦୂର କରିଥାଏ। ଗୋଟିଏ ପାଚିଲା କଦଳୀ ଓ ଏକ ଚାମଚ ମହୁ ଓ ଏକ ଚାମଚ ଦହି ମିଶାନ୍ତୁ। ମୁହଁରେ ଲଗାଇ ତାକୁ ଅଧ ଘଣ୍ଟାପରେ ଧୋଇଦିଅନ୍ତୁ। ଏହା ଦ୍ୱାରା ମୁହଁରେ ତୈଳାଂଶ କମିବା ସହ ଧୀରେ ଧୀରେ ଦାଗ ଓ ଚିହ୍ନ ଉଭେଇ ଯିବ।