ଶରୀରକୁ ସୁନ୍ଦର କରିବାରେ ଗ୍ଲିସେରିନର ଭୂମିକା ଅନେକ ରହିଛି । ଜାଣନ୍ତୁ ସୌନ୍ଦର୍ଯ୍ୟକୁ ଏହାକୁ ବ୍ୟବହାର କରିବେ କିପରି? କ୍ଲିସେରିନକୁ କେବେ ସିଧାସଳଖ ବ୍ୟବହାର କରନ୍ତୁ ନାହିଁ । ବରଂ ଏହାକୁ ଗୋଲାପ ଜଳ କିମ୍ବା ମିନେରାଲ ୱାଟରରେ ମିଶାଇ ବ୍ୟବହାର କରନ୍ତୁ ।
ଗ୍ଲିସେରିନକୁ ମୁହଁରେ ଲଗାଇବା ପୂର୍ବରୁ ମୁହଁକୁ ଭଲଭାବେ ଧୋଇନିଅନ୍ତୁ । ଏହାପରେ ତୁଳାରେ କିଛି ବୁନ୍ଦା ନେଇ ମୁହଁରେ ମସାଜ୍ କରନ୍ତୁ । କିଛି ସମୟ ରଖିବା ପରେ ମୁହଁକୁ ସାଧା ପାଣିରେ ଧୋଇଦିଅନ୍ତୁ । ତ୍ୱଚା କୋମଳ ରହିବ ।
୧୦୦ ଗ୍ରାମ ଗୋଲାପ ଜଳ ସହିତ ୧ ଚାମଚ ଗ୍ଲିସେରିନ୍ ମିଶାଇ ବେତଲର ଠିପି ବନ୍ଦ କରି ଫ୍ରିଜରେ ରଖିଦିଅନ୍ତୁ । ଏହି ଲୋସନକୁ ହାତ, ଗୋଡ, କିମ୍ବା ଶୁଷ୍କ ତ୍ୱଚାରେ ବ୍ୟବହାର କରନ୍ତୁ ।